Find the Latest Status about gujrat news paper in gujrati from top creators only on Nojoto App. Also find trending photos & videos about, gujrat news paper in gujrati.
Tafizul Sambalpuri
ମୁଁ କିଛି ଲେଖେ ବୋଲି ସମସ୍ତେ ଭାବନ୍ତି ମୁଁ ଖୁବ୍ କାନ୍ଦେ ବୋଲି ସମସ୍ତେ କହନ୍ତି ହେଲେ ଏ ସମସ୍ତ ଶବ୍ଦତ ତୁମର ଏ ଲୁହ ମଧ୍ୟ ତୁମର ମୁଁ କେବଳ ତାକୁ ସଂଗ୍ରହ କରିଛି ମୋ ହୃଦୟର ସାଧା କାଗଜରେ ମୋ ଚକ୍ଷୁ କରୋଡରେ ତୁମକୁ ଓ ତୁମ ଅଥୟ ଭାବନାକୁ ବାରମ୍ବାର ପଢ଼ିବା ପରେ ସେଥିରେ ଥିବା ସମସ୍ତ ପ୍ରଶ୍ନକୁ ତର୍ଜମା ପରେ ଉତ୍ତର ରଖିଛି ଏଠି ମୋର ବୋଲି କିଛି ନାହିଁ ସବୁତକ କେବଳ ତୁମର ମୁଁ କ'ଣ ମୋ ପାଇଁ କିଛି ଲେଖିପାରେ ମୁଁ ମୋ ପାଇଁ ନା ହସିପାରେ ମୁଁ ମୋ ପାଇଁ ନା କାନ୍ଦିପାରେ ହଁ ମୁଁ ମତେ ଏଇତ ଚିହ୍ନଟ କରିଛି ତୁମର ଗୁଡ଼ାଏ ଜଟିଳ ପ୍ରଶ୍ନ ମଧ୍ୟରୁ ଓହ୍ଲେଇ ଦେଉଛି ସମସ୍ତ ଆଶଙ୍କାକୁ ମୋ ଶରୀରରୁ ଗୋଟି ଗୋଟି କରି ଯାହା ତୁମକୁ ଆଶଙ୍କିତ କରୁଛି ଦେଖ ମୁଁ ଏବେ ଗୋଟିଏ ସାଦା କାଗଜ ଯେଉଁଥିରେ ଲେଖା ହେବ ଏମିତି ଅସଂଖ୍ୟ କାହାଣୀ, କବିତା ଓ ଗଳ୍ପ ଯାହା ସବୁତକ କେବଳ ତୁମର ।। ©Tafizul Sambalpuri #paper